ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା , ଆଜି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ

ଭୁବନେଶ୍ୱର – ଆଜି ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି । ଏହାର ପ୍ରଭାବରେ ଗତ ୨୬ ତାରିଖରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗି ରହିଛି । ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ସାରା ରାଜ୍ଯରେ ପ୍ରବଳ ବର୍ଷା ହେବ । ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Comments are closed, but trackbacks and pingbacks are open.