ରଥଯାତ୍ରା ପାଇଁ ଚଳାଚଳ କରିବ ୩୧୫ ସ୍ୱତନ୍ତ୍ର ଟ୍ରେନ | News Room Odisha

ରଥଯାତ୍ରା ପାଇଁ ଚଳାଚଳ କରିବ ୩୧୫ ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ଵର – ରଥଯାତ୍ରା ପାଇଁ ରେଳବାଇ ୩୧୫ଟି ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ । କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି ।

ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ । ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସହ ଆଲୋଚନା ପରେ ୩୧୫ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ ବୋଲି କେନ୍ଦ୍ର ରେଳ ମନ୍ତ୍ରୀ କହିଛନ୍ତି।