ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ

ଭୁବନେଶ୍ଵର – ଆଜିଠୁ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।  ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ -ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରବିବାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହୋଇପାରେ । ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ମଧ୍ୟ ଅଶାନ୍ତ ରହିଛି । ୩ ଦିନ ପର୍ଯ୍ୟନ୍ତ ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

Comments are closed, but trackbacks and pingbacks are open.