ଶ୍ରୀଜୀଉଙ୍କ ଦଶମୂଳ ପ୍ରସ୍ତୁତି ଓ ଚକା ବିଜେ ନୀତି ଅନୁଷ୍ଠିତ 

ପୁରୀ: ଅଣସର ଦଶମୀ ତିଥିରେ ଗତକାଲି ଶ୍ରୀଜିଉ ମାନଙ୍କୁ ଦଶମୂଳ ମୋଦକ ଲାଗି ପରେ ହୋଇଥିଲା। ଚକା ବିଜେ ହୋଇଥିଲେ ଶ୍ରୀ ମହାପ୍ରଭୁ l ଆୟୁର୍ବେଦିକ ପଦ୍ଧତି ଓ ଶାସ୍ତ୍ର ଅନୁସାରେ ଶ୍ରୀଜୀଉ ଙ୍କ ନିମନ୍ତେ ଦଶମୂଳ ମୋଦକ ପ୍ରସ୍ତୁତ ହୋଇଥାଏ l ଏହା ଏକାଦଶୀ ଦିନ ଶ୍ରୀଜୀଉ ଙ୍କ ପାଖେ ସମର୍ପଣ ହୋଇଥାଏ l ଶ୍ରୀମନ୍ଦିର ର ରାଜବୈଦ୍ୟ ସେବକ ମାନେ ପୁରୁଷାନୁକ୍ରମେ ମହାପ୍ରଭୁଙ୍କ ଏହି ସେବା କରିଥାନ୍ତି l

ଏହି ମହୌଷଧି ପ୍ରସ୍ତୁତି ନିମନ୍ତେ – ଶାଳପନ୍ନି , ଗମ୍ଭାରୀ , ଫଣଫଣା , କୃଷ୍ଣ ପନ୍ନି , ଅଗବଥୁ , ବେଲ , ଅଙ୍କରାନ୍ତି , ଗୋଖରା ,ଲବିଂ କୋଳି , ନବାଙ୍କୁରୀ କୁ ପ୍ରଥମେ ଶୁଖା ଯାଇଥାଏ l ପରେ ଏହାକୁ କୁଟା ଯାଇ ଗୁଣ୍ଡ କରାଯାଇଥାଏ l ଏହି ଗୁଣ୍ଡ କୁ ଗାମୁଛାରେ ଛାଣି ନୂତନ କାଠ ଚୁଲିରେ କଡେଇ ବସଯାଇ ଖୁଆ , ଶର୍କରା , ସର , ମହୁ , ଘିଅ , ଭାଙ୍ଗ ଆଦି ପକାଯାଇ ଏହାକୁ ପାଗ କରାଯାଏ l ପାଗ ପରେ ଏହାକୁ କଦଳୀ ପତ୍ର ଉପରେ ରଖି ଥଣ୍ଡା କରାଯାଇଥାଏ l ଥଣ୍ଡା ହେଲା ପରେ ଏହାକୁ ଗୋଲାକାର ମୋଦକ କରି ୩ଟି କୁଡୁଆ ରେ ରଖା ଯାଇଥାଏ l ଏହା ଉପରେ କର୍ପୂର ଦେଇ ତାଳପତ୍ର ଭୋଗେଇରେ ରଖି ଶ୍ରୀମନ୍ଦିର ଗାରଦ ରେ ଦାଖଲ କରାଯାଇଥିଲା l

Comments are closed, but trackbacks and pingbacks are open.