ପାରମ୍ପରିକ ବିଧାନରେ ପାଳିତ ହୋଇଯାଇଛି ଶ୍ରୀମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମୋତ୍ସବ

ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଓ ବଳଭଦ୍ର ଜନ୍ମୋତ୍ସବ ଶ୍ରୀମନ୍ଦିରରେ ପାଳିତ ହୋଇଥିଲା । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବା ସହ ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ବିଯେ କରିଥିଲେ । ଏହି ଦିନରେ ଭଉଣୀ ସୁଭଦ୍ରା ଦୁଇଭାଇ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ପିନ୍ଧାଇଥିଲେ । ପାଟରା ବିଶୋୟୀଙ୍କ ଦ୍ୱାରା ନିର୍ମିତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳ ମହାପ୍ରଭୁଙ୍କୁ ସିଂହାରୀ ସେବକମାନେ ଲାଗି କରାଇବା ପରେ ବଡ଼ଠାକୁରଙ୍କ ଜନ୍ମ ଉତ୍ସବ ପାଇଁ ବ୍ୟବସ୍ଥା କରାଯାଇଥିଲା ।

ଶ୍ରୀମନ୍ଦିରରେ ଦ୍ୱିପହର ଭୋଗ ଉଠିବା ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନିତୀ ଅନୁଷ୍ଠିତ ହେବା ସହ ଚକ୍ରରାଜ ସୁଦର୍ଶନଙ୍କୁ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ନିଆଯାଇଥିଲା ।

ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହୋଇଥିଲା। ପରେ ପଂଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯାଇଥିଲା । ଏହାପରେ ବିମାନବଡୁ ସେବକମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରିବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ବଳଭଦ୍ରଙ୍କ ଜନ୍ମଉତ୍ସବ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଗହ୍ମାମଣ୍ଡା ଭୋଗ ଲାଗି କରାଯାଇଥିଲା ।

Comments are closed.