ରାଷ୍ଟ୍ରପତିଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ପାଇଲେ ଦୁଇ ଓଡିଆ ଶିକ୍ଷକ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ ।

କଳାହାଣ୍ଡି ଜିଲ୍ଲାର ଛାତ୍ରଛାତ୍ରୀଙ୍କ ପାଇଁ ଉତ୍ସର୍ଗୀକୃତ ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲ୍ଲାରେ ଜନଜାତି ପିଲାମାନଙ୍କ ଶିକ୍ଷାର ବିକାଶ ପାଇଁ ସମର୍ପିତ ବିଲେଷୁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତୀଚନ୍ଦ୍ର ସାହୁ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

ସୂଚନାଯୋଗ୍ୟ, ମାନ୍ୟବର ରାଷ୍ଟ୍ରପତି ଆଜି ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିଛନ୍ତି । ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯାଇଛି ।

Comments are closed.