ଆସନ୍ତାମାସ ୪ ତାରିଖରେ ଗଜପତି ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଆସନ୍ତାମାସ ୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଅକ୍ଟୋବର ପହିଲାରେ ଗଜପତି ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା । କିନ୍ତୁ ବାତ୍ୟା ଓ ବର୍ଷା ପାଇଁ ତାହା ଘୁଂଚାଇ ଦିଆଯାଇଥିଲା । ଗଜପତି ପରେ ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବା ସମ୍ଭାବନା ରହିଛି । କୋଭିଡ ଦ୍ୱିତୀୟ ଲହର ପରେ ମୁଖ୍ୟମନ୍ତ୍ରୀ ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗିର ଜିଲ୍ଲା ଗସ୍ତ କରିସାରିଛନ୍ତି ।

Comments are closed.