ବାଲେଶ୍ୱରରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୫୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି

ବାଲେଶ୍ୱର- ବାଲେଶ୍ୱରରେ ବିଏସକେୱାଇ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଜିଲ୍ଲାକୁ ୧୫୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି । ୩୭୬ କୋଟି ଟଙ୍କାର ୭୭ଟି ପ୍ରକଳ୍ପ ଉଦଘାଟନ କରିବା ସହ ୧୧୦୦ କୋଟି ଟଙ୍କାର ୧୦୯ଟି ପ୍ରକଳ୍ପର ଉଦଘାଟନ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୬ ଶହ ମିଶନ ଶକ୍ତି ଏସଏଚଜି ମହିଳା ମାଛ ଚାଷ କରିବା ଖୁସିର କଥା । ମହିଳାମାନଙ୍କ ହାତକୁ ଆହୁରି ଅଧିକ କାମ ଯୋଗାଇ ଦିଆଯିବ ।

Comments are closed.