ସୁନ୍ଦରଗଡ ଜିଲ୍ଲାରେ ବିଏସକେୱାଇ ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

ଭୁବନେଶ୍ୱର- ସୁନ୍ଦରଗଡ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଂଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଉରକେଲାରେ ଏଥିପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏଥିସହ ଜିଲ୍ଲାର ୬ ଶହ କୋଟି ଟଙ୍କା ବିଶିଷ୍ଟ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୁନ୍ଦରଗଡର ପିଲାମାନେ ଓଡିଶା ଓ ଦେଶକୁ ଗର୍ବିତ କରିଛନ୍ତି ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଲିମ୍ପିକ୍ସ ବିଜେତାଙ୍କ ମାଟିକୁ ପ୍ରଣାମ ଜଣାଇ ନବୀନ କହିଛନ୍ତି ଯେ, ଅଗଷ୍ଟ ୧୫ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ ହେଲ୍‌ଥ କାର୍ଡର ସେ ଘୋଷଣା କରିଥିଲେ । ମାଲକାନଗିରି ଜିଲ୍ଲା ପରେ ଦ୍ୱିତୀୟ ଜିଲ୍ଲା ଭାବେ ସୁନ୍ଦରଗଡରେ ଏହି ଯୋଜନା କାର୍ଯ୍ୟକାରୀ ହୋଇଥିବାରୁ ସେ ଖୁସି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.