‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ ର ପ୍ରଦର୍ଶନ କୁ ମୁଖ୍ୟମନ୍ତ୍ରୀ  ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସ୍ରୁଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ ।

ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବ କୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

Covid ମହାମାରୀ ସମୟରେ ଯେଭଳି ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜ ର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି ।

Comments are closed.