ଭୁବନେଶ୍ୱର: ବର୍ତ୍ତମାନ ଓଡ଼ିଶା ଉପରେ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଗକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ରାଜ୍ୟ ତମାମ ଭଲ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି ।
ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ ୩ ଦିନ ହେଲା ଓଡ଼ିଶା ଉପରେ ରହିଛି। ଲଘୁଚାପ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଓଡିଶା ଉପକୂଳର ସମୁଦ୍ର ମଧ୍ୟରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଭଲ ବର୍ଷା ହେଉଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ବର୍ଷା ରେକର୍ଡ କରାଯାଇଛି। ୧୫ କିମ୍ବା ୧୬ ବେଳକୁ ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।
Comments are closed.