ପ୍ରଫୁଲ୍ଲ କରଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ | News Room Odisha

ପ୍ରଫୁଲ୍ଲ କରଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ଓଡ଼ିଶାର କିମ୍ବଦନ୍ତୀ ସଂଗୀତ ନିର୍ଦେଶକ, ଗୀତିକାର ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି, “ଶ୍ରୀଯୁକ୍ତ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ଖବର ଶୁଣି ମର୍ମାହତ । ଓଡ଼ିଆ ସଂଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ତାଙ୍କୁ ସ୍ମରଣୀୟ କରି ରଖିବ । ଶ୍ରୀଯୁକ୍ତ କର ଅନେକ ପ୍ରତିଭାର ଅଧିକାରୀ ଏବଂ ତାଙ୍କର ସୃଜନଶୀଳତା କାର୍ଯ୍ୟରେ ପ୍ରତିଫଳିତ ହୁଏ । ପରିବାର ଏବଂ ପ୍ରଶଂସକଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି ।”

ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ରବିବାର ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ବାସଭବନରେ ପରଲୋକ ହୋଇଥିଲା। ମୃତ୍ୟୁବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା । ଆଜି ପୁରୀ ସ୍ବର୍ଗଦ୍ଵାରରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଏହି କିମ୍ବଦନ୍ତୀ ସଂଗୀତଜ୍ଞଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ତାଙ୍କ ପରିବାର ସୂତ୍ରରୁ ପ୍ରକାଶ ।