ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଜଣାଇଲେ ନୂଆଁଖାଇ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ଗାଁରୁ ସହର ଚଳଚଞ୍ଚଳ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି ।

ରାଷ୍ଟ୍ରପତି କହିଛନ୍ତି, “ନୂଆଖାଇ ଅବସରରେ ମୁଁ ଓଡ଼ିଶାର ଭାଇ ଓ ଭଉଣୀ ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳର ଭାଇ ଓ ଭଉଣୀ ମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି।
ସ୍ନେହ,ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଏହି ଅନନ୍ୟ ଗଣପର୍ବ ସମସ୍ତଙ୍କ ପାଇଁ ସୁଖ,ଶାନ୍ତି ଓ ସମୃଦ୍ଧି ଆଣୁ,ଏହା ମୋର ଆନ୍ତରିକ କାମନା।”

ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି, “ନୂଆଁଖାଇ ଜୁହାର୍ ! ସମସ୍ତଙ୍କୁ ଏହି ବିଶେଷ ଦିନର ହାର୍ଦ୍ଦିକ ଶୁଭେଚ୍ଛା । କଠିନ ପରିଶ୍ରମ କରି ଦେଶବାସୀଙ୍କୁ ଖାଦ୍ୟାନ୍ନ ଯୋଗାଉଥିବା ଆମର ଚାଷୀ ଭାଇ ମାନଙ୍କୁ କୃତଜ୍ଞତା ଜଣାଇବାର ଏହି ଅବସର । ଆମ ସମାଜ ପ୍ରଗତିର ନୂଆ ଉଚ୍ଚତାରେ ପହଞ୍ଚୁ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।”

Comments are closed.