ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ । ଏହି ଅବସରରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟ୍ବିଟ୍ କରି କହିଛନ୍ତି, “ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଛି। ଏ ଅବସରରେ ପଣାପାଣିର ଆସର ସାଙ୍ଗକୁ ବିଭିନ୍ନ ସାରସ୍ବତ ସଭାସମିତି ମଧ୍ୟ ଆୟୋଜିତ ହେଉଅଛି। ଏହି ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡ଼ିଶାର ପ୍ରିୟ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି ଏବଂ ସୁଖ ସମୃଦ୍ଧି କାମନା କରୁଅଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ମଧ୍ୟ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି, “ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା ନୂଆବର୍ଷ ଅପାର ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ନେଇ ଆସୁ। ଆସନ୍ତା ବର୍ଷ ଆପଣଙ୍କ ସମସ୍ତ ଇଚ୍ଛା ପୂରଣ ହେଉ।

Comments are closed.