ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଜୟ ଘାଟରେ ୧୧୭ତମ ଜନ୍ମ ବାର୍ଷିକୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ଶାସ୍ତ୍ରୀଙ୍କ ସ୍ମୃତି ସ୍ଥାନ ବିଜୟ ଘାଟରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତିି।

ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏବଂ ଉପରାଷ୍ଟ୍ରପତି ରାଜ ଘାଟ ଯାଇ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଆଜି ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜନ୍ମ ବାର୍ଷିକୀ | ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ୍ କରି କହିଛନ୍ତି ଯେ ମୂଲ୍ୟବୋଧ ଏବଂ ନୀତି ଉପରେ ଆଧାରିତ ତାଙ୍କ ଜୀବନ ଦେଶବାସୀଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।

ତାଙ୍କ ଜନ୍ମ ବାର୍ଷିକୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କୁ ଶତ ଶତ ପ୍ରଣାମ । ମୂଲ୍ୟବୋଧ ଏବଂ ନୀତି ଉପରେ ଆଧାରିତ ତାଙ୍କ ଜୀବନ ସର୍ବଦା ଭାରତର ଲୋକଙ୍କ ପାଇଁ ପ୍ରେରଣା ଭାବରେ କାର୍ଯ୍ୟ କରିବ। ପରେ ଶାସ୍ତ୍ରୀଙ୍କ ସ୍ମୃତି ସ୍ଥାନ ବିଜୟ ଘାଟରେ ପ୍ରଧାନମନ୍ତ୍ରୀ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଲାଲ ବାହାଦୂର ଶାସ୍ତ୍ରୀ ୨ ଅକ୍ଟୋବର ୧୯୦୪ରେ ଉତ୍ତରପ୍ରଦେଶର ମୋଗଲସରାଇରେ ଜନ୍ମଗ୍ରହଣ କରିଥିଲେ।

Comments are closed.