ଶ୍ରୀମନ୍ଦିର ସ୍ନାନବେଦୀରେ ଦୁର୍ଲଭ ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ -ଆଜି ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ପରେ ଦୁର୍ଲଭ ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉମାନେ । ଦୁର୍ଲ୍ଲଭ ଗଜବେଶ ଦର୍ଶନ ନିମନ୍ତେ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ହୋଇଛି। ଆଜି ଭୋର ସାଢ଼େ ୩ଟାରେ ମଙ୍ଗଳାର୍ପଣ ପରେ ୪ଟାରେ ଆରମ୍ଭ ହୋଇଥିଲା ଧାଡ଼ି ପହଣ୍ଡି ବିଜେ। ସକାଳ ସାଢ଼େ ୭.୪୦ଟା ସୁଦ୍ଧା ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ମଣ୍ଡପରେ ବିଜେ କରିଥିଲେ। ୧୧.୨୦ରେ ଜଳବିଜେ ଓ ୧୨.୪୫ରେ ଜଳ ଲାଗି ଶେଷ ହୋଇଥିଲା। ଅପରାହ୍ନ ୨.୪୦ରେ ଗଜପତି ମହାରାଜା ଛେରାପହଁରା କରିଥିଲେ। ଅପରାହ୍ନ ୩ଟାରେ ହାତୀବେଶ ଆରମ୍ଭ ହୋଇ ୩ଟା ୫୦ରେ ଶେଷ ହୋଇଥିଲା। ଏହା ପରେ ଠାକୁରମାନେ ଦିବ୍ୟ ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି।

Comments are closed.