‘ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ‘ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପ’ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିନ୍ଦୁସାଗର ଜଳକୁ ସ୍ୱଚ୍ଛ ରଖିବା ସମସ୍ତଙ୍କର ନୈତିକ ଦାୟିତ୍ୱ । ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ସହ ବିନ୍ଦୁସାଗରର ସଂପର୍କ ରହିଛି । ଏଣୁ ଏ ଦିଗରେ ସମସ୍ତଙ୍କ ସହ ଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିନ୍ଦୁସାଗରରର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ଆଇଓସିଏଲ ପାରିପାଶ୍ୱିର୍କ ଉନ୍ନୟନ ପାଂଠିରୁ ୭୦ ଲକ୍ଷ ଟଙ୍କା ପ୍ରଦାନ କରିଛି । ଏହି ପ୍ରକଳ୍ପ କାମ ଇନଷ୍ଟିଚ୍ୟୁଟ୍ ଅଫ୍ କେମିକାଲ ଟେକ୍ନୋଲୋଜି -ଆଇସିଟି ଏବଂ ଓଡିଶା ବ୍ରିଜ୍ କର୍ପୋରେସନର ମିଳିତତଦାରଖରେ ଶେଷ ହେବ ।

Comments are closed.