ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ | News Room Odisha

ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ମନୀଷ ସିସୋଦିଆଙ୍କୁ ବଡ଼ ଝଟକା ଲାଗିଛି । ତାଙ୍କ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଛନ୍ତି।

ଏହି ମାମଲାର ଶୁଣାଣି ୬ରୁ ୮ ମାସ ମଧ୍ୟରେ ଶେଷ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ସିସୋଦିଆ ତିନି ମାସ ମଧ୍ୟରେ ପୁଣି ଜାମିନ ଆବେଦନ କରିପାରିବେ।

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସିବିଆଇ ଫେବୃଆରୀ ୨୬ରେ ସିସୋଦିଆଙ୍କୁ ଗିରଫ କରିଥିଲା | ଅକ୍ଟୋବର ୧୭ରେ ତାଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ରୟ ସଂରକ୍ଷିତ ରଖିଥିଲେ।