ଯୋଗୀ ଆଦିତ୍ୟନାଥ ମାମଲାରେ ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ | News Room Odisha

ଯୋଗୀ ଆଦିତ୍ୟନାଥ ମାମଲାରେ ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଆହ୍ଲାବାଦ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଦାୟର ପିଟିସନ ଉପରେ ସୁପ୍ରିମକୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି।

୨୦୦୭ ଗୋରଖପୁର ଦଙ୍ଗା ମାମଲାରେ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଉତ୍ତେଜନାମୂଳକ ଭାଷଣ ଦେଇଥିବା ଅଭିଯୋଗ ହୋଇଥିଲା । ତାଙ୍କ ବିରୋଧରେ ମକଦ୍ଦମା ଚଲାଇବା ପାଇଁ ଆହ୍ଲାବାଦ ହାଇକୋର୍ଟରେ ଆବେଦନ କରାଯାଇଥିଲା। ତେବେ ଆହ୍ଲାବାଦ ହାଇକୋର୍ଟ ଏହି ଆବେଦନକୁ ଖାରଜ କରିଦେଇଥିଲେ । ହାଇକୋର୍ଟଙ୍କ ଏହି ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା।

ପ୍ରଧାନ ବିଚାରପତି ଏନ ଭେଙ୍କଟ ରମନ୍ନାଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟର ଏକ ବେଞ୍ଚ ଏହି ମାମଲାରେ ରାୟ ସଂରକ୍ଷିତ ରଖିଛି।

ପ୍ରଧାନ ବିଚାରପତିଙ୍କ ନେତୃତ୍ୱରେ ଖଣ୍ଡପୀଠ କହିଛନ୍ତି ଯେ ଆମେ ଏହି ମାମଲାରେ ନିର୍ଦ୍ଦେଶ ଦେବୁ।

ସୁପ୍ରିମକୋର୍ଟରେ ଆବେଦନ କରିଥିବା ଓକିଲ ଫୁଜୈଲ ଆୟୁବି କହିଛନ୍ତି – ଆହ୍ଲାବାଦ ହାଇକୋର୍ଟ ଏହି ମାମଲାକୁ ଖାରଜ କରିବା ପରେ ଆମେ ସୁପ୍ରିମକୋର୍ଟରେ ଆବେଦନ କରିଥିଲୁ ।