ସୁରେଶ ଚନ୍ଦ୍ର ମହାପାତ୍ର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ, ଅସିତ ତ୍ରିପାଠୀ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ

ଭୁବନେଶ୍ୱର- ବରିଷ୍ଠ ଆଇଏଏସ ତଥା ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ସେ ଅସିତକୁମାର ତ୍ରିପାଠୀଙ୍କ ସ୍ଥାନ ନେବେ । ଡିସେମ୍ବର ୩୧ ତାରିଖରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଉଥିବା ଅସିତ କୁମାର ତ୍ରିପାଠୀଙ୍କୁ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସେ ମଧ୍ୟ ଆଂଚଳିକ ଉନ୍ନୟନ, ପର୍ଯ୍ୟଟନ, କୃଷିବ୍ୟବସାୟ ଓ ଶିଳ୍ପ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଭାବେ ବି କାର୍ଯ୍ୟ କରିବେ । ରିଲିଫ କମିଶନ ପ୍ରଦୀପ କୁମାର ଜେନାଙ୍କୁ ନୂଆ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ସେ ମଧ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରିବେ ।

Comments are closed.