ଜମ୍ମୁ କାଶ୍ମୀର: କୁଲଗାମରେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟରରେ ତିନି ଯବାନ ସହିଦ୍

ଶ୍ରୀନଗର: ଜମ୍ମୁ କାଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ତିନି ସେନା ଯବାନ ସହିଦ୍ ହୋଇଛନ୍ତି ।

ଜଣେ ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସୁରକ୍ଷା କର୍ମୀମାନେ ଶୁକ୍ରବାର ଦକ୍ଷିଣ କାଶ୍ମୀରର କୁଲଗାମ ଜିଲ୍ଲାର ହାଲାନ ବନାଞ୍ଚଳରେ ଘେରାବନ୍ଦୀ ସହ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ତେବେ ସେଠାରେ ଲୁଚି ରହିଥିବା ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚାଳନା କରିଥିଲେ । ସୁରକ୍ଷା ବାହିନୀ ଏହାର ଜବାବ ଦେଇଥିଲା ।

ଏହି ଏନକାଉଣ୍ଟରରେ ତିନି ସେନା ଯବାନ ଆହତ ହୋଇଥିଲେ । ‌ତେବେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।

Comments are closed.