ଜମ୍ମୁ-କାଶ୍ମୀର: ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ଦୁଇ ଲସ୍କର ଆତଙ୍କବାଦୀ ନିହତ | News Room Odisha

ଜମ୍ମୁ-କାଶ୍ମୀର: ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ଦୁଇ ଲସ୍କର ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ କାଶ୍ମୀର ଶୋପିଆନରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଜଣ ଲସ୍କର ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଙ୍କ ନିକଟରୁ ଗୁଳି ମଧ୍ୟ ଜବତ କରାଯାଇଛି ବୋଲି କାଶ୍ମୀର ଜୋନ୍ ପୋଲିସ କହିଛି। ଏହି ଏନକାଉଣ୍ଟର ଆଜି ସକାଳେ ଚୌଗାମ ଅଞ୍ଚଳରେ ଆରମ୍ଭ ହୋଇଥିଲା | କାଶ୍ମୀରର ଆଇଜି ବିଜୟ କୁମାର କହିଛନ୍ତି, ଆଜି ଚୌଗାମରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀଙ୍କ ନିହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ ଗ୍ରେନେଡ ଆକ୍ରମଣ ଏବଂ ସାଧାରଣ ନାଗରିକଙ୍କ ହତ୍ୟାରେ ସମ୍ପୃକ୍ତ ଥିଲା। ଅନ୍ୟ ଜଣକ ନିକଟରେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିଲା।

ସୂଚନାଯୋଗ୍ୟ, ଗତକାଲି ଅନନ୍ତନାଗ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ହିଜବୁଲ ମୁଜାହିଦ୍ଦିନର ଜଣେ ଆତଙ୍କବାଦୀ ନିହତ ହୋଇଥିଲେ। ପୋଲିସ ଇନ୍ସପେକ୍ଟର ଏବଂ ବିଜେପି କର୍ମୀ ଏବଂ ଅନ୍ୟମାନଙ୍କ ହତ୍ୟାରେ ସେ ସମ୍ପୃକ୍ତ ଥିବା ପୋଲିସ କହିଥିଲା। ପୋଲିସର ମୁଖପାତ୍ର କହିଛନ୍ତି ଯେ ଜିଲ୍ଲାର ଅରୱାନୀ ଅଞ୍ଚଳର ମୁମାନହଲ ଗ୍ରାମରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ଗୁଇନ୍ଦା ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ।