ଅନ୍ତର୍ଜାତୀୟ ମାତୃଭାଷା ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ଆଜି ହେଉଛି ଅନ୍ତର୍ଜାତୀୟ ମାତୃଭାଷା ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାର୍ତ୍ତା ଦେଇଛନ୍ତି । ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ସଂସ୍କୃତି ଓ ଐତିହ୍ୟକୁ ସୁରକ୍ଷିତ ରଖିବା ସହ ଏହାର ବ୍ୟାପକ ପ୍ରସାରରେ ମାତୃଭାଷାର ବଳିଷ୍ଠ ଭୂମିକା ରହିଛି ।

ଆମ ଓଡିଆ ଭାଷାକୁ ସମୃଦ୍ଧ କରିବା ଦିଗରେ ଅତୁଳନୀୟ ଅବଦାନ ଥିବା ମହାପୁରୁଷମାନଙ୍କୁ ଅନ୍ତର୍ଜାତୀୟ ମାତୃଭାଷା ଦିବସରରେ ସ୍ମରଣ କରିବା ସହ ମାତୃଭାଷାକୁ କାଳଜୟୀ କରିବା ଦିଗରେ ଉଦ୍ୟମକୁ ଦୃଢ କରିବା ପାଇଁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.